Advertisement

ଜଟଣୀ,୧୨/୦୮: ଜଟଣୀ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ଜିଲା ସଙ୍କୁଳସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି। ଏହି ମେଳାରେ ଖୋର୍ଦ୍ଧା  ଜିଲାର ୯ଟି ବିଦ୍ୟାଳୟର ଛାତ୍ରଛାତ୍ରୀ ଭାଗ ନେଇଥିଲେ । ମୁଖ୍ୟ ଅତିଥି ଭାବେ ସଙ୍କୁଳ ପ୍ରମୁଖ ନଳିନୀ କାନ୍ତ ପଣ୍ଡା କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିଥିଲେ। ଉଦଯାପନ ଉତ୍ସବରେ  ଅତିଥିଭାବେ ନବକିଶୋର ଜୟସିଂହ ଯୋଗ ଦେଇ କୃତି ପ୍ରତିଯୋଗୀଙ୍କୁ ପୁରସ୍କାର ପ୍ରଦାନ କରିଥିଲେ। ଜଟଣୀ ସରସ୍ୱତୀ ଶିଶୁ ଵିଦ୍ୟା ମନ୍ଦିରର ପ୍ରଧାନ ଆଚାର୍ଯ୍ୟ ନବୀନ କୁମାର ସେନାପତି ଅତିଥି ପରିଚୟ ଓ ସ୍ବାଗତ ଭାଷଣ ପ୍ରଦାନ କରିଥିଲେ। କାର୍ଯ୍ୟକ୍ରମକୁ ବିଦ୍ୟାଳୟର ବରିଷ୍ଠ ଆଚାର୍ଯ୍ୟ ଶରତ ଚନ୍ଦ୍ର ଶ୍ରୀଚନ୍ଦନ ପରିଚାଳନା କରିଥିଲେ।

Advertisement

Leave a Reply

Your email address will not be published. Required fields are marked *