Advertisement

ବ୍ୟୁରୋ: ନୟାଗଡ ଜିଲ୍ଲା ରଣପୁର ବିଜ୍ଞାପିତ ପରିଷଦ ଅଧିନ ହାଟସାହି ନିକଟ, ଚାରିଅଟ ପବ୍ଲିକ ସ୍କୁଲର ସପ୍ତମ ବାର୍ଷିକ ଉତ୍ସବ ଉଦଯାପିତ ହୋଇଯାଇଛି । ରବିବାର ବିଦ୍ୟାଳୟର ସପ୍ତମ ବାର୍ଷିକ ଉତ୍ସବ ଉଦଘାଟନ ହୋଇଥିଲା। ଏହି କାର୍ଯ୍ୟକ୍ରମ ପ୍ରଥମ, ଦ୍ଵିତୀୟ, ତୃତୀୟ ଶ୍ରେଣୀର ଛାତ୍ରଛାତ୍ରୀମାନଙ୍କୁ ନେଇ ପାଳିତ ହୋଇଥିଲା ।

ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ରଣପୁର ରାଜା ଦିଲ୍ଲୀପି ଚନ୍ଦ୍ର ସିଂଦେଓ,  ସମ୍ମାନୀତ ଅତିଥି ଭାବେ ନାରାୟଣ ମହାପାତ୍ର, ରଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦର ଅଧ୍ୟକ୍ଷା ରଙ୍ଗୀନ ମହାନ୍ତି  ଯୋଗଦେଇଥିଲେ। ଆଜିର ଉଦଯାପିତ ଉତ୍ସବରେ ଚତୁର୍ଥ ଶ୍ରେଣୀ ଠାରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀ ମାନେ ଯୋଗଦେଇଥିଲେ।ଏଥିରେ ମୁଖ୍ୟ ଅତିଥି ଭାବେ ରଣପୁର ବ୍ଲକ ଅଧ୍ୟକ୍ଷା ନିର୍ମଳା ବେହେରା, ମୁଖ୍ୟ ବକ୍ତା ଭାବେ ବ୍ଲକ ବିଶ୍ୱ ଗାୟତ୍ରୀ ପରିବାରର ପରିବ୍ରାଜକ ରାଜେନ୍ଦ୍ର ପ୍ରସାଦ ମହାପାତ୍ର, ସମ୍ମାନିତ ଅତିଥି ଭାବେ ଓଡଗାଁ ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ତଥା କ୍ଲବ ବୁଲବୁଲର ରାଜ୍ୟ ସଂଯୋଜକ ରବିନ୍ଦ୍ର କୁମାର ନାୟକ, ବିଦ୍ୟାଳୟ ଟ୍ରଷ୍ଟି ସୁପ୍ରଭା ପ୍ରଧାନ, ବିଦ୍ୟାଳୟ ଚେୟାରମ୍ୟାନ ପ୍ରଭାତ କୁମାର ପ୍ରଧାନ, ପ୍ରଧାନ ଶିକ୍ଷୟତ୍ରୀ ସୁଜାତା ପ୍ରଧାନ ପ୍ରମୁଖ ଯୋଗଦେଇଥିଲେ । ବିଭିନ୍ନ ବିଭାଗରେ କୃତି ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା। ରଣପୁର ଅଞ୍ଚଳର ସାମ୍ବାଦିକମାନଙ୍କୁ ବିଦ୍ୟାଳୟ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଥିଲା ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।  ବିଦ୍ୟାଳୟର ବାର୍ଷିକ ଉତ୍ସବ କାର୍ଯ୍ୟକ୍ରମରେ ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ, କର୍ମଚାରୀ, ଓ ଅଭିଭାବକମାନେ ସହଯୋଗ କରିଥିଲେ ।

Advertisement

Leave a Reply

Your email address will not be published. Required fields are marked *