ବ୍ୟୁରୋ, ୨୮/୧୦: ନୂଆପଡା ଉପନିର୍ବାଚନ ମାହୋଲ ସରଗରମ ହୋଇଥିବା ବେଳେ ଆଜି ବିଜେପିର ପୂର୍ବତନ ସଭାପତି ତଥା ନୂଆପଡାର ପୂର୍ବତନ ବିଧାୟକ ବସନ୍ତ ପଣ୍ଡାଙ୍କ ପୁତୁରା ହରିଶ୍ଚନ୍ଦ୍ର ପଣ୍ଡା, ସରପଞ୍ଚ ସଙ୍ଘର ସାଧାରଣ ସମ୍ପାଦକ ତଥା ପୂର୍ବତନ ଜିଲ୍ଲା ଉପ ସଭାପତି ଟେକରାମ ସାହୁ, ପୂର୍ବତନ ନୂଆପଡା ନଗର ସଭାପତି ଉମେଶ ସହିଷ, ବିଜୁ ଜନତା ଦଳରେ ଦଳ ଯୋଗ ଦେଇଛନ୍ତି । ଶ୍ରୀ ପଣ୍ଡା ଆଜି ସନ୍ଧ୍ୟାରେ ନବୀନ ନିବାସରେ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କୁ ଭେଟିବା ପରେ ଶଙ୍ଖ ଭବନରେ ଆନୁଷ୍ଠାନିକ ଭାବେ ତାଙ୍କୁ ଦଳର ବରିଷ୍ଠ ସାଧାରଣ ସମ୍ପାଦକ ଦିବ୍ୟଶଙ୍କର ଶଙ୍କର ମିଶ୍ର ତାଙ୍କୁ ସ୍ବାଗତ କରିଥିଲେ।
