ବ୍ୟୁରୋ, ୨/୯: ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟବୀମା ଯୋଜନାର ଆବେଦନ ତାରିଖକୁ ବୃଦ୍ଧି କରାଯାଇଛି । ପୂର୍ବରୁ ଏହି ଆବେଦନର ଶେଷ ତାରିଖ ଅଗଷ୍ଟ ୩୦ ତାରିଖ ରହିଥିଲା । ବୈଷୟିକ ସମସ୍ୟା ହେତୁ ସାମ୍ବାଦିକମାନଙ୍କ ଅନୁରୋଧ ରକ୍ଷା କରି ରାଜ୍ୟ ସରକାର ଏହି ଆବେଦନର ଶେଷ ତାରିଖକୁ ସେପ୍ଟେମ୍ବର ୮ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି । ପୂର୍ବରୁ ମଧ୍ୟ ଏହି ଆବେଦନ ସମୟସୀମାକୁ ବୃଦ୍ଧି କରାଯାଇଥିଲା । କର୍ମଜୀବୀ ସାମ୍ବାଦିକ ତଥା ତାଙ୍କ ପରିବାର ସଦସ୍ୟକୁ ୫ଲକ୍ଷ୍ୟ ଟଙ୍କା ପର୍ଯ୍ୟନ୍ତ ସ୍ୱାସ୍ଥ୍ୟବୀମା ରାଜ୍ୟ ସରକାର ଯୋଗାଇ ଦେଉଛନ୍ତି । ଚଳିତ ବର୍ଷ ଉଭୟ ନୂତନ ଏବଂ ନବୀକରଣ ନିମନ୍ତେ ସାମ୍ବାଦିକମାନଙ୍କଠାରୁ ଅନ୍‌ଲାଇନ୍‌ ମାଧ୍ୟମରେ ଆବେଦନ ଗ୍ରହଣ କରାଯାଉଛି । ଯେଉଁ ଇଚ୍ଛୁକ ସାମ୍ବାଦିକମାନେ ଚାହିଁବେ www.owjws.odisha.gov.in ରେ ଆବେଦନ କରିପାରିବେ ।

Leave a Reply

Your email address will not be published. Required fields are marked *