ଜଟଣୀ, ୦୧/୧୨ : ଜଟଣୀ ମହାବିଦ୍ୟାଳୟରେ ବିଶ୍ୱ ଏଡ଼ସ୍ ଦିବସ ଉପଲକ୍ଷେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଛାତ୍ରଛାତ୍ରୀମାନଙ୍କୁ ଏଡ଼ସ୍ ଭୟାବହତା ସମ୍ପର୍କରେ ଅବଗତ କରାଇବା ପାଇଁ ଏକ ଆଲୋଚନା ଚକ୍ର ମହାବିଦ୍ୟାଳୟର ସମ୍ମିଳନୀ କକ୍ଷରେ ଅଧକ୍ଷ ଡ. ସ୍ୱପ୍ନା ମଲ୍ଲିକଙ୍କ ପୌରହିତ୍ୟରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଆଲୋଚନା ଚକ୍ରରେ ମୁଖ୍ୟ ବକ୍ତା ଭାବେ ଜଟଣୀ ମହାବିଦ୍ୟାଳୟ ପ୍ରାଣୀ ବିଜ୍ଞାନର ଅଧ୍ୟାପିକା ଡ. ସସ୍ମିତା ପଣ୍ଡା ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ଏଡ଼ସ୍ର କାରଣ ଓ ନିରାକରଣ ସହ ବିଶ୍ଵ ଏଡ଼ସ୍ ଦିବସର ପ୍ରସଙ୍ଗ ‘ବିଘ୍ନ ଦୂର କରିବା ଏଡ଼ସ୍ ପ୍ରତିକ୍ରିୟାକୁ ରୂପାନ୍ତରିତ କରିବା’ ସମ୍ପର୍କରେ ଉଦ୍ବୋଧନ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ୟୁଥ ରେଡ଼କ୍ରସର କାଉଁସିଲର ଅଧ୍ୟାପିକା ପରିମିତା ପ୍ରହରାଜ ସ୍ୱାଗତ ଭାଷଣ ଦେଇଥିବା ବେଳେ ଅନ୍ୟତମ କାଉଁସିଲର ଅଧାପକ ଡ. ଆଲୋକ କୁମାର ଛୋଟରାୟ ଧନ୍ୟବାଦ ଅର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମକୁ ଅଧ୍ୟାପିକା ଡ. ପୁଷ୍ପଲତା ସେଠୀ, ପ୍ରାଧ୍ୟାପକ ଡ. ପ୍ରଶାନ୍ତ କୁମାର ପାଣିଗ୍ରାହୀ ଏବଂ ଅଧାପକ ଡ. ତପନ ମିଶ୍ର ପ୍ରମୁଖ ପରିଚାଳନାରେ ସହଯୋଗ କରିଥିଲେ ।
