ଜଟଣୀ,୧୦/୫: ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ ଜଟଣୀ ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ଉତ୍ତୀର୍ଣ୍ଣ ହୋଇଥିବା A1 ଓ A2 ଛାତ୍ର ଛାତ୍ରୀମାନଙ୍କୁ ଆଜି ବିଦ୍ୟାଳୟ ପରିସରରେ ସମ୍ବର୍ଦ୍ଧନା କରାଯିବା ସହ ସେମାନଙ୍କ ପିତାମାତାଙ୍କୁ ସମ୍ମାନୀତ କରାଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପଣ୍ଡିତ ପଦ୍ମନାଭ ପାଣିଗ୍ରାହୀ ଯୋଗ ଦେଇ ଶିଶୁମାନଙ୍କର ଉଜ୍ଜ୍ଵଳ ଭବିଷ୍ୟତ କାମନା କରିଥିଲେ । ସମ୍ମାନିତ ଅତିଥିଭାବେ ଅବସରପ୍ରାପ୍ତ ପ୍ରାଧ୍ୟାପକ ରାଜେନ୍ଦ୍ର ନାୟକ, ବିଦ୍ୟାଳୟ କମିଟି ସଭାପତି ଏ.ଭି. ସୂର୍ଯ୍ୟ ନାରାୟଣ ରାଓ , ଉପସଭାପତି ପ୍ରସାଦକୁମାର ଜେଠୀ, ସଂପାଦକ ରାମଚନ୍ଦ୍ର ସାହୁ, ଯୁଗ୍ମ ସଂପାଦକ ସୌଭାଗ୍ୟ କୁମାର ଜଗଦେବ, କୋଷାଧ୍ୟକ୍ଷ ପ୍ରସନ୍ନ କୁମାର ରଥ ଯୋଗ ଦେଇଥିଲେ । ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ନବୀନ କୁମାର ସେନାପତି ମଞ୍ଚ ପରିଚାଳନା କରିବା ସହ ଅତିଥି ପରିଚୟ ପ୍ରଦାନ କରିଥିଲେ। କାର୍ଯ୍ୟକ୍ରମକୁ ବିଦ୍ୟାଳୟର ସମସ୍ତ ଗୁରୁଜୀ ଗୁରୁମା ପରିଚାଳନା କରିଥିଲେ । ଶେଷରେ ବିଦ୍ୟାଳୟର ବରିଷ୍ଠ ଆଚାର୍ଯ୍ୟ କୁଳମଣି ପାଇକରାୟ ଧନ୍ୟବାଦ ଅର୍ପଣ କରିଥିଲେ।


