Advertisement

ଜଟଣୀ,୯/୮: ଜଟଣୀ ରାମଚନ୍ଦ୍ରପୁରସ୍ଥିତ ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ପବିତ୍ର ରକ୍ଷାବନ୍ଧନ ଉତ୍ସବ ବଡ଼ ଧୁମ୍ ଧାମ ରେ ପାଳିତ ହୋଇଯାଇଅଛି। ଏହି ଉତ୍ସବରେ ସାଧୁ କେଶବ ଦାସ ମହାରାଜ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ନବୀନ କୁମାର ସେନାପତି ଅତିଥି ପରିଚୟ ପ୍ରଦାନ କରିବା ସହ ଏହି ଉତ୍ସବର ମହତ୍ତ୍ୱ ବିଷୟରେ ଛାତ୍ରଛାତ୍ରୀ ମାନଙ୍କୁ କହିଥିଲେ।

ବିଦ୍ୟାଳୟର ଶିଶୁମାନଙ୍କ ଦ୍ୱାରା ରକ୍ଷା ବନ୍ଧନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ପରେ ବିଦ୍ୟାଳୟ ପରିସରରେ ଗୋପୂଜନ କରାଯାଇଥିଲା। ବିଦ୍ୟାଳୟର ସମସ୍ତ ଗୁରୁଜୀ ଗୁରୁମା କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।

Advertisement

Leave a Reply

Your email address will not be published. Required fields are marked *