ବ୍ୟୁରୋ: ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡିଶାର ପ୍ରସିଦ୍ଧ ମହିମା ପୀଠ ଢେଙ୍କାନାଳ ଜିଲ୍ଲା ଯୋରନ୍ଦାଠାରେ ଉପାସନା ପୀଠ ଓ ବତୀ ମଣ୍ଡପ ନିର୍ମାଣ, ଭବ୍ୟ ମହିମା ଗାଦି ଶୂନ୍ୟ ମଣ୍ଡପ ନିର୍ମାଣ ଏବଂ ମହିମା ଗାଦି ଚତୁପାର୍ଶ୍ୱ ଉନ୍ନତିକରଣ କାର୍ଯ୍ୟର ଭୂମି ପୂଜନ କରିଛନ୍ତି।

ଯୋରନ୍ଦାଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶା ହେଉଛି ଦେବ ଭୂମି ଓ ପୂଣ୍ୟ ଭୂମି। ମହିମା ଧର୍ମ ଯୋରନ୍ଦା ମାଟିକୁ ପବିତ୍ର କରିବା ସହ ପ୍ରସିଦ୍ଧି ଆଣି ଭାରତର ଆଧ୍ୟାତ୍ମିକ ମାନଚିତ୍ରରେ ସ୍ୱତନ୍ତ୍ର ସ୍ଥାନ ଦେଇଛି। ଏଭଳି ପବିତ୍ର ମାଟିକୁ ଆସି ଓ ଆପଣମାନଙ୍କ ସହିତ ମିଶିବାର ସୁଯୋଗ ପାଇଥିବାରୁ ମୁଁ ବହୁତ ଖୁସି ।

ମହିମା ଧର୍ମପୀଠର ଉନ୍ନତି ପାଇଁ ୧୧୨ କୋଟି ଟଙ୍କା ମଞ୍ଜୁର କରାଯାଇଛି ବୋଲି ସେ କହିଥିଲେ। ଖୁବ ଶୀଘ୍ର କାମ ଆରମ୍ଭ ହେବା ସହିତ ୩ ବର୍ଷ ମଧ୍ୟରେ ଏହି କାର୍ଯ୍ୟ ଶେଷ ହେବ। ଯୋରନ୍ଦାକୁ ଓଡିଶା ତଥା ଭାରତର ଆଧ୍ୟାତ୍ମିକ ପର୍ଯ୍ୟଟନ ମାନଚିତ୍ରରେ ଏକ ପ୍ରମୁଖ ପୀଠ ଭାବରେ ପରିଗଣିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କର ସହଯୋଗ କାମନା କରି ଆଗାମୀ ମାଘ ମେଳା ଓ ଅଗ୍ନି ପୂର୍ଣ୍ଣିମା ପାଇଁ ସମସ୍ତିଙ୍କୁ ଶୁଭେଚ୍ଛା ଜଣାଇଥିଲେ।

Leave a Reply

Your email address will not be published. Required fields are marked *