ବ୍ୟୁରୋ,୯/୬: ମହାପ୍ରଭୁଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଉପଲକ୍ଷେ ଆଜି ପୁରୀ ଟାଉନ ହଲ ଠାରେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଦ୍ୱିତୀୟ ସମନ୍ୱୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଚଳିତ ବର୍ଷ ରଥଯାତ୍ରାରେ ୩୬୫ଟି ସ୍ୱତନ୍ତ୍ର ଟ୍ରେନ ଚଳାଚଳ କରିବ ବୋଲି ସୂଚନା ମିଳିଛି।

ଯାତ୍ରୀଙ୍କ ସୁରକ୍ଷା ଓ ଟ୍ରାଫିକ ନିୟନ୍ତ୍ରଣ ନିମନ୍ତେ ଚଳିତ ଥର ଏଆଇ ସିସିଟିଭି କ୍ୟାମେରାର ବ୍ୟବସ୍ଥା ହେଉଛି। ରଥଯାତ୍ରା ପୂର୍ବରୁ କିପରି ରାସ୍ତାଘାଟ ମରାମତି, ନିରବଚ୍ଛିନ୍ନ ବିଦ୍ୟୁତ୍ ଯୋଗାଣ, ଆଇନ ଶୃଙ୍ଖଳା ବ୍ୟବସ୍ଥା, ସ୍ୱାସ୍ଥ୍ୟ ସେବା, ଟ୍ରାଫିକ କଟକଣା, ରଥ ଉପରେ ଶ୍ରୀଜୀଉଙ୍କ ଶୃଙ୍ଖଳିତ ଦର୍ଶନ ଆଦି ବିଷୟରେ ଆଲୋଚନା କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ଅବସରରେ ସ୍ବାସ୍ଥ୍ୟ, ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର ଓ ବୈଦ୍ୟୁତିକ ଓ ସୂଚ଼ନା ବୈଷୟିକ ବିଭାଗ ମନ୍ତ୍ରୀ ଡ଼ଃ ମୁକେଶ ମହାଲିଙ୍ଗ, ବାଣିଜ୍ୟ, ପରିବହନ,ଖଣି ଓ ଇସ୍ପାତ ମନ୍ତ୍ରୀ ବିଭୂତି ଭୁଷଣ ଜେନା, ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ଡ଼ଃ କୃଷ୍ଣଚ଼ନ୍ଦ୍ର ମହାପାତ୍ର, ଉଚ୍ଚଶିକ୍ଷା,କ୍ରୀଡ଼ା ଓ ଯୁବ ବ୍ୟାପାର ଓ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ, ପୁରୀ ଲୋକସଭା ସାଂସଦ ଡ଼ାଃ ସମ୍ବିତ ପାତ୍ର, ରାଜ୍ୟସଭା ସାଂସଦ ସୁଭାଶିଷ ଖୁଣ୍ଟିଆ, ପୁରୀ ଜିଲ୍ଲାର ସମସ୍ତ ବିଧାୟକ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ପ୍ରମୁଖ ଉପସ୍ଥିତ ଥିଲେ।

Leave a Reply

Your email address will not be published. Required fields are marked *