ବ୍ୟୁରୋ: ସମ୍ଭାବ୍ୟ ବାତ୍ୟା ନେଇ ୧୪ ଜିଲ୍ଲାରେ ୩ଦିନି ପାଇଁ ସ୍କୁଲ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର । ବାତ୍ୟା ପ୍ରଭାବିତ ହେବାକୁ ଥିବା ୧୪ ଜିଲ୍ଲାରେ ଆସନ୍ତା ୨୩ ତାରିଖରୁ ୨୫ ତାରିଖ ପର୍ଯ୍ୟନ୍ତ ସ୍କୁଲ ଛୁଟି ରହିବ ବୋଲି ସରକାର ଘୋଷଣା କରିଛନ୍ତି । ସ୍କୁଲ ଛୁଟି ଘୋଷଣା ହୋଇଥିବା ଜିଲ୍ଲା ଗୁଡିକ ହେଉଛି ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, ଅନୁଗୁଳ, ଖୋର୍ଦ୍ଧା, ନୟାଗଡ ଓ କଟକ। ତେବେ ଏହି ଜିଲ୍ଲାର କୌଣସି ଶିକ୍ଷକ ଓ କର୍ମଚାରୀ ମୁଖ୍ୟାଳୟ ନ ଛାଡିବା ପାଇଁ ମଧ୍ୟ ନିର୍ଦେଶ ଦିଆଯାଇଛି।

Leave a Reply

Your email address will not be published. Required fields are marked *